ଓଡିଶା

odisha

ETV Bharat / city

ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା - ଜାରି ରହିବ କାଳବୈଶାଖୀ ବର୍ଷା

ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । 24 ଘଣ୍ଟାରେ 6 ଜିଲ୍ଲାରେ ବର୍ଷା ହେବା ନେଇ ସୂଚନା। ଅଧିକ ପଢନ୍ତୁ....

state weather update
ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

By

Published : May 4, 2020, 11:41 PM IST

ଭୁବନେଶ୍ବର : ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ପୂର୍ବପଶ୍ଚିମ, ରାଜସ୍ଥାନ ଠାରୁ ବଙ୍ଗଳାଦେଶ ମଧ୍ୟରେ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ଏହାସହ ଘଡଘଡି ସହ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ସେପଟେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକ ସମେତ ସୁନ୍ଦରଗଡ଼, ଦେଓଗଡ଼, ବୌଦ୍ଧ, ଝାରସୁଗୁଡା, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଗତ ୨୪ ଘଣ୍ଟାରେ ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ସର୍ବାଧିକ ୩୨.୪ ମିଲି ମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୨.୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବରରେ ସର୍ବାଧିକ ୩୪.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details