ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତର ଲହରୀ । କ୍ରମାଗତ ଭାବେ ରାଜ୍ୟ ମଧ୍ୟକୁ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେଉଛି । ଫଳରେ ପ୍ରବଳ ଜାଡ ଅନୁଭୁତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଥଣ୍ଡା ନେଇ ୪ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ଅନୁଗୁଳ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ କୋହଲା ପବନ ସାଙ୍ଗକୁ ତୀବ୍ର ଥଣ୍ଡା ଅନୁଭୂତ ହେବ ।
ଏହାର ପ୍ରଭାବରେ ଥଣ୍ଡା ଜନିତ ଅସୁସ୍ଥତା ଅନୁଭୂତ ହେବ । ସେହିପରି ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ନୂଆପଡା, କୋରାପୁଟ, କନ୍ଧମାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର, କଟକ, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ ଥଣ୍ଡା ଲହରି ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି (ମଙ୍ଗଳବାର) ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।