ଭୁବନେଶ୍ବର: କୋରୋନା ମହାମାରୀରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ବର୍ଷର ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହାସହ ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶ କ୍ରମେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ମୂଲ୍ୟାୟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ସମୋୟାଚିତ ନିଷ୍ପତ୍ତିକୁ ସ୍ଵାଗତ ଜଣାଇଛି ବିଜୁ ଛାତ୍ର ଜନତା ଦଳ ।
ଚଳିତବର୍ଷ ପ୍ରାୟ ସାଢେ଼ ତିନି ଲକ୍ଷ ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥାନ୍ତେ । କୋଭିଡ଼ର ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ ନିଷ୍ପତ୍ତି ନେଇଛନ୍ତି ସରକାର । ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ ବୋଲି କହିଛନ୍ତି ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ।