ଭୁବନେଶ୍ବର: ଆଜି (ଶୁକ୍ରବାର) ପ୍ରଧାନମନ୍ତ୍ରୀଙ୍କ 'ପରୀକ୍ଷା ପେ ଚର୍ଚ୍ଚା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ପରୀକ୍ଷାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ରାଜଭବନରେ ରାଜ୍ୟପାଳଙ୍କ ସହ ଏକାଠି ହୋଇଛନ୍ତି ଅନେକ ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମରେ ସେମାନେ ଅଂଶଗ୍ରହଣ କରିଛନ୍ତି । ଚାପମୁକ୍ତ ପରୀକ୍ଷା ପାଇଁ ‘ପରୀକ୍ଷା ପେ ଚର୍ଚ୍ଚା’ର ମୁଖ୍ୟ ଆକର୍ଷଣ ରହିଥିଲା ।
'ପରୀକ୍ଷା ପେ ଚର୍ଚ୍ଚା'ର ପଞ୍ଚମ ସଂସ୍କରଣରେ ଚଳିତ ଥର ପ୍ରଥମ ଥର ପାଇଁ ରାଜଭବନରେ ରାଜ୍ୟପାଳଙ୍କ ସହ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଏହି କାର୍ଯ୍ୟକ୍ରମକୁ ଦେଖିଛନ୍ତି । ଦକ୍ଷତା ବିକାଶ ଓ ଉଦ୍ୟମତା ମନ୍ତ୍ରଣାଳୟର ସବୁ ଅନୁଷ୍ଠାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ଅନୁଷ୍ଠାନ, ନର୍ସିଂ ସ୍କୁଲ ତଥା ଭାରତ ସରକାରଙ୍କ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ‘ପରୀକ୍ଷା ପେ ଚର୍ଚ୍ଚା’ ଆୟୋଜନ କରାଯାଇଛି । ବିଦେଶରୁ ମଧ୍ୟ ଭର୍ଚ୍ଚୁଆଲ ମାଧ୍ୟମରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଯୋଡି ହୋଇଛନ୍ତି ।