ଓଡିଶା

odisha

ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 7.5 କୋଟି ଦେଲେ ବାଗଚୀ ଦମ୍ପତି - ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 7.5 କୋଟି ଦେଲେ ସୁବ୍ରତ ବାଗ୍‌ଚୀ

‘ମୋ ସ୍କୁଲ’ ଅଭିଯାନର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଏବଂ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି । କୋରୋନା ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା ରାଶି ବ୍ୟବହାର ହେବ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 7.5 କୋଟି ଦେଲେ ସୁବ୍ରତ ବାଗ୍‌ଚୀ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ 7.5 କୋଟି ଦେଲେ ସୁବ୍ରତ ବାଗ୍‌ଚୀ

By

Published : Aug 10, 2020, 8:08 PM IST

ଭୁବନେଶ୍ବର: ‘ମୋ ସ୍କୁଲ’ ଅଭିଯାନର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଏବଂ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି । କୋରୋନା ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା ରାଶି ବ୍ୟବହାର ହେବ। ଉଭୟ ଦମ୍ପତିଙ୍କ ଏହି ଉଦାରତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଧନ୍ୟବାଦ ଦେଇଛନ୍ତି।

ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଚେକ୍‌ ଗ୍ରହଣ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସେମାନଙ୍କୁ ଧନ୍ୟବାଦ ପତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ସୁସ୍ମିତା ବାଗ୍‌ଚୀ କହିଥିଲେ ଯେ, ଜଗନ୍ନାଥଙ୍କ ଦର୍ଶନ ପାଇଁ ଓଡିଶା ବାସୀ ପୁରୀ ଯାଇଥାନ୍ତି । କିନ୍ତୁ ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ସେ ନିଜକୁ ଧନ୍ୟ ମନେ କରୁଛନ୍ତି । ସେହିପରି ସୁବ୍ରତ ବାଗ୍‌ଚୀ ଅନେଇ କହିଥିଲେ, ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଧନ୍ୟ ମନେ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସେମାନଙ୍କଠାରୁ ଏହି ସହାୟତା ଗ୍ରହଣ କରି କୃତଜ୍ଞତା ପ୍ରକାଶ କରିଥିଲେ । ପୁରୀର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହା ବିନିଯୋଗ ହେବ ବୋଲି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ସୁସ୍ମିତା ବାଗଚୀ ବଲାଙ୍ଗୀରର TMCରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟଙ୍କା CMRF କୁ ଦେଇ ଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ‘୫ଟି’ ସଚିବ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details