ଭୁବନେଶ୍ବର: ପୁରୀ ଜିଲ୍ଲାରେ ନିର୍ମାଣାଧୀନ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା । ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନିର୍ମାଣଧୀନ କାର୍ଯ୍ୟ, ମାଝୀପଡ଼ା ସେତୁ ଓ ରତ୍ନଚିରା ନଦୀ ଉପରେ ମାଳସାହି ସେତୁର ନିର୍ମାଣଧୀନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ନିର୍ଦ୍ଧାରିତ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବା ଲାଗି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯୋଜନା ବୋର୍ଡ ଉପାଧ୍ୟକ୍ଷ ।
ପୁରୀ ଜିଲ୍ଲାର ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ - ଗ୍ରାମ୍ୟ ଉନ୍ନୟନ ବିଭାଗ
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ଦ୍ବାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନିର୍ମାଣଧୀନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି ସଞ୍ଜୟ । ଅଧିକ ପଢନ୍ତୁ...
ପୁରୀ ଜିଲ୍ଲାର ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ
ରବିବାର ପୂର୍ବାହ୍ନରେ ଚାପମାଣିକ ଗ୍ରାମ ପଞ୍ଚାୟତ କାଶିଝରିଆ (ମୋଟୋ) ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣଧୀନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପ୍ରଥମେ ଅନୁଧ୍ୟାନ କରିଛନ୍ତି ସଞ୍ଜୟ । ସ୍ପଟ ଭିଜିଟ କରିବା ସହ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟକୁ ଶୀଘ୍ର ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସଞ୍ଜୟ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ