ଓଡିଶା

odisha

ETV Bharat / city

14 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ - ୫ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଦିନକୁ ଦିନ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଅଧିକ ପଢ଼ନ୍ତୁ

14 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା,  ସତର୍କ କଲା ପାଣିପାଗ ବିଭାଗ
14 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

By

Published : Jun 23, 2022, 8:20 PM IST

ଭୁବନେଶ୍ବର :ଦିନକୁ ଦିନ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଆଜିଠୁ ଆରମ୍ଭ ହୋଇଛି ବର୍ଷା । ଏହା ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲାଗି ରହିବ । ୨୫ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର।

14 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି । ସେହିପରି ଜୁନ ୧ ତାରିଖରୁ ୨୩ ତାରିଖ ମଧ୍ୟରେ ୯୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୧୪୬.୮ ମିମି ବର୍ଷା ଠାରୁ -୩୭ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ଘଣ୍ଟାରେ ଜଗତସିଂହପୁର ଜିଲ୍ଲା ବାଲିକୁଦାରେ ସର୍ବାଧିକ ୧୦୯.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details