ଭୁବନେଶ୍ବର: କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ(ସଂଶୋଧନ) ବିଲ, ୨୦୨୧ ଗୃହୀତ ହୋଇଛି । କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ ଏହି ବିଲ ସଂଶୋଧନ କରାଯାଇଛି । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର କହିଛନ୍ତି ଯେ, ଭାରତ ସରକାର ଲେହ, ଲଦାଖ ଏବଂ କାର୍ଗିଲରେ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ । ଲଦାଖରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଭାରତ ସରକାରଙ୍କ ଲକ୍ଷ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ ସାମ୍ବିଧାନିକ ଆରକ୍ଷଣ ଦେବା ପାଇଁ କଟିବଦ୍ଧ । କେବଳ ଓବିସି ବର୍ଗ ନୁହେଁ ବରଂ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀଙ୍କ ପାଇଁ ଆରକ୍ଷଣର ସାମ୍ବିଧାନିକ ବ୍ୟବସ୍ଥା ହୋଇଛି ।