ଭୁବନେଶ୍ବର: କାଳିଆ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର । ବିଧାନସଭାରେ ବିଜେପି ବିଧାୟକ ନାଉରି ନାୟକଙ୍କ ପ୍ରଶ୍ନରେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଉତ୍ତର।
କାଳିଆ ଯୋଜନାରେ 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର ୨୦୧୮-୧୯ ଓ ୨୦୧୯-୨୦ ମସିହାରେ କାଳିଆ ଯୋଜନାରେ ୫୧.୦୫ ଲକ୍ଷ ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଥିଲା । ଏଥିପାଇଁ ୨୦୧୮-୧୯ ମସିହାରେ ଚାଷୀ ସହାୟତା ଓ ପ୍ରଶାସନିକ ବ୍ୟୟ ବାବଦକୁ ୨ ୧୭୫.୬୬ କୋଟି ବ୍ୟୟ କରାଯାଇଛି ।
ସେହିପରି ୨୦୧୯-୨୦ ମସିହାରେ ୩୨୪୩.୦୧ କୋଟି ଟଙ୍କା ବ୍ୟୟ କରାଯାଇଥିଲା। ପୁନଶ୍ଚ ୨୦୨୦-୨୧ ମସିହାରେ ୫୩.୫୫ ଲକ୍ଷ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଛି ଏବଂ ଏଥିରୁ ଫେବୃଆରୀ ମାସ ସୁଦ୍ଧା ୧୨୭୨.୧୯ କୋଟି ଟଙ୍କା ବ୍ୟୟ କରାଯାଇଥିଲା। କଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା 6690 କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ