ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ତେବେ ବଙ୍ଗୋପସାଗରରେ ପୁଣି 2ଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡିଶାରେ ୧୦ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ ।
ଆରବ ସାଗର ଓ ବଙ୍ଗୋପସାଗରରୁ ମୌସୁମୀ ବାୟୁ ପ୍ରବାହ ଯୋଗୁଁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 8 ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଆସନ୍ତା 11 ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଯାହା ଏକ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଶରତ ସାହୁ । ଏଥିଯୋଗୁଁ ରାଜ୍ୟରେ ୧୦ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବ, କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।