ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗକୁ ବର୍ଷା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେବେ ଓଡ଼ିଶାରେ ମୌସୁମୀ ଦୁର୍ବଳ ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ମଙ୍ଗଳବାର ସୁଦ୍ଧା କନ୍ଧମାଳ, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହୋବର ସମ୍ଭାବନା ରହିଛି । ଏହା ସହ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଅନୁଗୁଳ, କନ୍ଧମାଳ, ନୟାଗଡ଼, ରାୟଗଡା, କଳାହାଣ୍ଡି , ନୂଆପଡା ଓ ବଲାଙ୍ଗୀର ଜିଲ୍ଲାରେ ବିଜୁଳି ଘଡଘଡି ନେଇ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଅନ୍ୟପକ୍ଷରେ ଭୁବନେଶ୍ବର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଯାଜପୁର, କଟକ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଯାଜପୁର ଜିଲ୍ଲା ଚଣ୍ଡୀଖୋଲରେ ସର୍ବାଧିକ ୮୩.୦ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି କୋରାପୁଟ ସେମିଳିଗୁଡାରେ ୭୫.୦ ମିମି, କଟକ ଜିଲ୍ଲା ଆଠଗଡ଼ରେ ୬୩.୦ ମିମି, ଅନୁଗୁଳ ଜିଲ୍ଲା ତାଳଚେରରେ ୬୨.୦ ମିମି ବର୍ଷା ରେକର୍ଡ କରାଯାଇଛି।
ପାରଳାଖେମୁଣ୍ଡିରେ ସର୍ବାଧିକ ୩୭.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଓଡ଼ିଶାରେ ଜୁନ ପହିଲାରୁ ଜୁଲାଇ ୨୧ ପର୍ଯ୍ୟନ୍ତ ମୋଟ ୪୦୮.୮ ମିମି ବର୍ଷା ରେକର୍ଡ କରାଯାଇଛି। ସ୍ବାଭାବିକ ଠାରୁ ୫ ପ୍ରତିଶତ କମ ବର୍ଷା ହୋଇଥିବା କୁହାଯାଇଛି । ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ୩ ଜିଲ୍ଲାରେ ଅଧିକ କିମ୍ବା ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ଝାରସୁଗୁଡା, ନୂଆପଡା, ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ଉପକୂଳ ୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । କମ ବର୍ଷା ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ବାଲେଶ୍ବର ଓ ସୋନପୁର ଜିଲ୍ଲା ରହିଛି । ପୁରୀରେ ୧୭୭ ମିମି ବର୍ଷା ପାଣିପାଗ ବିଭାଗ ରେକର୍ଡ କରିଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ