ଭୁବନେଶ୍ବର: ୨୧ ତାରିଖରେ କାଳ ବୈଶାଖୀ ଆଶଙ୍କା । ପବନର ବେଗ ବଢିବା ସହ କୁଆ ପଥର ବର୍ଷା ସମ୍ଭାବନା । ଚଳିତ ସପ୍ତାହରେ ବଡ ଧରଣର କାଳ ବୈଶାଖୀ ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ୮ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଓ ୮ ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ କାଳ ବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି । ୨୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡା, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ କୁଆ ପଥର ବର୍ଷା ହେବାର ସମ୍ଭାବନା ରହିଛି ।