ଓଡିଶା

odisha

10 ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା

ରାଜ୍ୟରେ କାଳବୈଶାଖୀ ନେଇ 16 ଜିଲ୍ଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଜ୍ଞାନକେନ୍ଦ୍ର । ଅଧିକ ପଢନ୍ତୁ...

By

Published : Apr 20, 2021, 8:28 PM IST

Published : Apr 20, 2021, 8:28 PM IST

10 ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା
10 ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଲାଗି ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ଅର୍ଥାତ ବୁଧବାର ମଧ୍ୟରେ ୧୬ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

10 ଜିଲ୍ଲାରେ କାଳବୈଶାଖୀ ବର୍ଷା ଆଶଙ୍କା

ମାଲକାନଗିରି,କୋରାପୁଟ,ନବରଙ୍ଗପୁର,ନୂଆପଡା,କଳାହାଣ୍ଡି,କନ୍ଧମାଳ,କେନ୍ଦୁଝର,ମୟୂରଭଞ୍ଜ,ରାୟଗଡା,ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଆଜି ଭୁବନେଶ୍ୱରରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବା ସହ ସାମାନ୍ୟ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମାଲକାନଗିରି ଓ ବୌଦ୍ଧରେ ସର୍ବୋଚ୍ଚ ୪୧.୦ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଛି । ଗଜପତି ଜିଲ୍ଲା ନୂଆଗଡରେ ସର୍ବାଧିକ ୨୮.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୧୪.୪ ମିମି ଓ ଆର.ଉଦୟଗିରିରେ ୧୩.୪ ମିମି ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ , ଇଟିଭି ଭାରତ

ABOUT THE AUTHOR

...view details