ଭୁବନେଶ୍ବର:ରାଜ୍ୟରେ ବଢିବାରେ ଲାଗିଛି ତାପମାତ୍ରା । ଆସନ୍ତା ୨୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ରାୟଗଡା, ନୂଆପଡା ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୨୦ରୁ ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀ - କାଳବୈଶାଖୀ ସମ୍ଭାବନା
୨୦ରୁ ଆଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଅଧିକ ପଢନ୍ତୁୁ...
୨୦ରୁ କାଳବୈଶାଖୀ ସମ୍ଭାବନା
ଆସନ୍ତା ୪ ଦିନ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଏହାସହ ଭୁବନେଶ୍ବରରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ। ଗତ ୨୪ ଘଣ୍ଟାରେ ବୌଦ୍ଧ, ସୁନ୍ଦରଗଡ଼ ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ରହିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୪.୮ ଡିଗ୍ରୀ ରେକର୍ଡ କରାଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ