ଭୁବନେଶ୍ବର:ରାଜ୍ୟରେ ବଢୁଛି ଶିଶୁ ସଂକ୍ରମଣ ଚିନ୍ତା । ଦୈନିକ ଶିଶୁ ସଂକ୍ରମିତ ୧୦୦ ପାର କରୁଥିବା ବେଳେ ଆଜି ବି ଏହି ସଂକ୍ରମଣ ୧୦୦ ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୨୦ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ତୃତୀୟ ଲହର ଭୟକୁ ଆହୁରି ଦ୍ବିଗୁଣିତ କରୁଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୪୯୫ ଜଣ ଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୧ ଜଣ ଥିବାବେଳେ ଅନୁଗୋଳରୁ ୨୦, ବାଲେଶ୍ବରରୁ ୫୧, ବରଗଡ଼ରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୧୭, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୬, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୨, ଯାଜପୁରରୁ ୩୨, ଝାରସୁଗୁଡାରୁ ୪, କଳାହାଣ୍ତିରୁ ୪ କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୭, ନବରଙ୍ଗପୁରରୁ ୪, ପୁରୀ ୩୧, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୧୬, ସୁନ୍ଦରଗଡ଼ରୁ ୧୮ ଏବଂ ଷ୍ଟେଟ ପୁଲ୍ରୁ ୭୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।