ଭୁବନେଶ୍ବର: ରାଜ୍ୟରେ ପୁଣି ୫୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୩୮ ଜଣ ଥିବାବେଳେ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
STATE CORONA: ଦିନକରେ ୪୦୭ ପଜିଟିଭ ଚିହ୍ନଟ, ୭୪ ଶିଶୁ ଆକ୍ରାନ୍ତ - କୋରୋନା
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଅଧିକ ପଢନ୍ତୁ...
STATE CORONA: ଦିନକରେ ୪୦୭ ପଜିଟିଭ ଚିହ୍ନଟ , ୭୪ ଶିଶୁ ଆକ୍ରାନ୍ତ
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୭ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧୬, ବରଗଡରୁ ୧, ଭଦ୍ରକରୁ ୨, କଟକରୁ ୬୩, ଦେଓଗଡରୁ ୨, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୭, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୧୦, କୋରାପୁଟରୁ ୩, ମାଲକାନଗିରରୁ ୧, ମୟୂରଭଞ୍ଜରୁ ୨୬, ନୟାଗଡରୁ ୫, ପୁରୀ ୧୯, ସମ୍ବଲପୁରରୁ ୧୧,ସୁନ୍ଦରଗଡ଼ରୁ ୨ ଏବଂ ଷ୍ଟେଟ ପୁଲ୍ରୁ ୩୯ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ରେ ପହଞ୍ଚିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ