ଓଡିଶା

odisha

By

Published : Oct 11, 2021, 10:47 AM IST

ETV Bharat / city

STATE CORONA: ଦିନକରେ ୪୪୮ ଆକ୍ରାନ୍ତ ଚିହ୍ନଟ, ୫୯ ଶିଶୁ ପଜିଟିଭ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୮ କୋରୋନା ପଜିଟିଭ ଚିହ୍ନଟ । ୫୯ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

STATE CORONA: ଦିନକରେ ୪୪୮ ଆକ୍ରାନ୍ତ ଚିହ୍ନଟ, ୫୯ ଶିଶୁ ପଜିଟିଭ
STATE CORONA: ଦିନକରେ ୪୪୮ ଆକ୍ରାନ୍ତ ଚିହ୍ନଟ, ୫୯ ଶିଶୁ ପଜିଟିଭ

ଭୁବନେଶ୍ବର:ରାଜ୍ୟରେ ପୁଣି ୫୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୯ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୨୫୯ ଜଣ ଥିବାବେଳେ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୧୩, ବରଗଡରୁ ୧, ଭଦ୍ରକରୁ ୩, ବଲାଙ୍ଗୀରରୁ ୩, ବୌଦ୍ଧରୁ ୧, କଟକରୁ ୪୮, ଦେବଗଡରୁ ୧, ଢେଙ୍କାନାଳରୁ୪, ଗଜପତିରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୯, ଯାଜପୁରରୁ ୧୨, ଝାରସୁଗୁଡା ୪, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୧, ନୟାଗଡରୁ୪, ନୂଆପଡାରୁ ୨, ପୁରୀ ୧୨, ରାୟଗଡାରୁ ୧, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ୧୦ ଏବଂ ଷ୍ଟେଟ ପୁଲ୍‌ରୁ ୫୧ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details