ଓଡିଶା

odisha

By

Published : Nov 16, 2021, 10:24 AM IST

Updated : Nov 16, 2021, 10:56 AM IST

ETV Bharat / city

ଦିନକରେ ୨୦୬ କୋରୋନା ପଜିଟିଭ ଚିହ୍ନଟ, ୩୨ ଶିଶୁ ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ କୋରୋନା ପଜିଟିଭ ଚିହ୍ନଟ । ସେଥିମଧ୍ୟରୁ ୩୨ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ

ଦିନକରେ ୧୮୫  କୋରୋନା ପଜିଟିଭ ଚିହ୍ନଟ ,  ୩୨ ଶିଶୁ ଆକ୍ରାନ୍ତ
ଦିନକରେ ୧୮୫ କୋରୋନା ପଜିଟିଭ ଚିହ୍ନଟ , ୩୨ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ସଂକ୍ରମଣ । ଗତକାଲି ୧୮୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଏହା ୨୦୦ ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୨ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୨୧ ଜଣ ଥିବାବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨୦ ଜଣ ଥିବାବେଳେ ଅନୁଗୋଳରୁ ୨, ବାଲେଶ୍ବରରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୧୫, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୧୨, ଝାରସୁଗୁଡାରୁ ୩, କନ୍ଧମାଳରୁ ୧,କେନ୍ଦ୍ରାପଡ଼ାରୁ ୨, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୫ ଏବଂ ଷ୍ଟେଟ ପୁଲ୍‌ରୁ ୨୭ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୮୬୨ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Nov 16, 2021, 10:56 AM IST

ABOUT THE AUTHOR

...view details