ଭୁବନେଶ୍ବର: ଆସନ୍ତା 3 ଦିନ ଘଡଘଡି ସାଙ୍ଗକୁ ଲାଗି ରହିବ ବର୍ଷା । ରାଜସ୍ଥାନରୁ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ମୌସୁମୀ ଟ୍ରଫ ଲାଇନ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା 3 ଦିନ ପର୍ଯ୍ୟନ୍ତ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।
ବିଶେଷକରି ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର ଓ ସୁନ୍ଦରଗଡରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ।