ଭୁବନେଶ୍ବର: ରାଜ୍ୟ ପାଇଁ ଖୁସି ଖବର । ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଓଡିଶାର ମୋଟ 21 ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି ।
ଶୁକ୍ରବାର ଉଭୟଙ୍କ ନମୁନା ନେଗେଟିଭ ବାହାରିବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି । ଏନେଇ ଟ୍ବିଟ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।