ଓଡିଶା

odisha

ETV Bharat / city

ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ - ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି । ସାରସ୍ବତ କୃତି ପାଇଁ ମୁଖ୍ୟମନ୍ତ୍ରୀ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଅଧିକ ପଢନ୍ତୁ

Etv Bମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତharat
Etv Bhମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତarat

By

Published : Aug 4, 2022, 9:58 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ଆଜି ନବୀନ ନିବାସରେ ବୈଷ୍ଣବ ପ୍ରସାଦ ମହାନ୍ତି (Vaishnab Mohanty ) ଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି । ସାରସ୍ବତ କୃତି ପାଇଁ ମୁଖ୍ୟମନ୍ତ୍ରୀ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆଗାମୀ ଦିନରେ ଏହା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

ଶେଷ ଚିଠି ଏକ କ୍ଷୁଦ୍ର ଗଳ୍ପ ସଂକଳନ । ଏଥିରେ ଉପକୂଳ ଓଡିଶାର ଅର୍ଦ୍ଧ ଶତାଦ୍ଦୀ ତଳର ସାମାଜିକ, ସାଂସ୍କୃତିକ ଓ ଆର୍ଥିକ ଅବସ୍ଥାର ନିଛକ ଚିତ୍ର ପ୍ରତିଫଳିତ ହୋଇଛି । ୨୩ ଟି ଗଳ୍ପର ସମାହାରରେ ପ୍ରକାଶିତ ଏହି ପୁସ୍ତକଟି ପାଠକକୁ ହଜି ଯାଇଥିବା ଏକ ସମୟର ପରିଧିକୁ ଫେରାଇ ନେବାରେ ସକ୍ଷମ ହୋଇପାରିଛି । ବିଶିଷ୍ଟ ସାହିତ୍ୟିକ ରାମଚନ୍ଦ୍ର ବେହେରା ଏହି ପୁସ୍ତକର ‘ଭୂମିକା’ ଲେଖିଛନ୍ତି । ସେହିପରି ଭାଗବତ କଥାମୃତ ଏକ ଆଧ୍ୟାତ୍ମିକଧର୍ମୀ ପୁସ୍ତକ । ଏଥିରେ ଭାଗବତର ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ୪୪ଟି ଆଧ୍ୟାତ୍ମକ କଥାବସ୍ତୁ ସ୍ଥାନ ପାଇଛି ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପୁସ୍ତକରେ ନିଜର ଅଭିମତ ରଖିଛନ୍ତି । ଏହି ଦୁଇଟି ଯାକ ପୁସ୍ତକ ଭୁବନେଶ୍ବରର ଅପୂର୍ବା ପ୍ରକାଶନ ସଂସ୍ଥା ଦ୍ବାରା ପ୍ରକାଶିତ ହୋଇଛି ।ଲେଖକ ବୈଷ୍ଣବ ପ୍ରସାଦ ମହାନ୍ତି ସୂଚନା ଓ ଲୋକସଂପର୍କ ବିଭାଗର ପ୍ରାକ୍ତନ ନିର୍ଦ୍ଦେଶକ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକ ସଂପର୍କ ଅଧିକାରୀ ଭାବରେ ଦୀର୍ଗ ଦିନ କାର୍ଯ୍ୟ କରିଛନ୍ତି । ସାହିତ୍ୟ, ସଂସ୍କୃତି, ସାମ୍ବାଦିକତା ଓ ସମାଜସେବା କ୍ଷେତ୍ରରେ ତାଙ୍କର ବିଶେଷ ରୁଚି ରହିଛି । ପୂର୍ବରୁ ସେ ଶ୍ରୀମଦ ଭାଗବତ ଗୀତାର ଓଡିଆ ପଦ୍ୟାନୁବାଦ ପ୍ରସ୍ତୁତ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details