ଭୁବନେଶ୍ବର:ବାତ୍ୟା ଜୱାଦକୁ ନେଇ ରାଜ୍ୟବାସୀଙ୍କୁ ଧର୍ଯ୍ୟ ଓ ସାହାସର ସହ ମୁକାବିଲା କରିବା ପାଇଁ ଆହ୍ବାନ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି କହିଛନ୍ତି ବାତ୍ୟା ‘ଜଓ୍ବାଦ’ (Cyclone Jawad) ପାଇଁ ପ୍ରଶାସନ ଦ୍ବାରା ଜାରି ହୋଇଥିବା ସତର୍କ ସୂଚନାକୁ ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାବାସୀଙ୍କୁ ଟ୍ଵିଟ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ ଜଓ୍ବାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ।
ଏହାସହ ଧର୍ମେନ୍ଦ୍ର କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡିଶା ସମେତ ପ୍ରଭାବିତ ହେବାକୁ ଥିବା ରାଜ୍ୟର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ କରିବା ଉପରେ ଗୁରୁତ୍ଵ ଦିଆଯାଇଛି। ବାତ୍ୟାର ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥା ଗୁଡିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି ।