ଓଡିଶା

odisha

ETV Bharat / city

NH ଓ NHAI କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର - Dharmendra Pradhan

ରାଜ୍ୟରେ କ୍ରମାନ୍ବୟନ ହେଉଛି ଜାତୀୟ ରାଜପଥ ପ୍ରକଳ୍ପ । ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଏହି ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ...

NH ଓ NHAI କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
NH ଓ NHAI କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

By

Published : Aug 22, 2021, 12:46 PM IST

ଭୁବନେଶ୍ବର: ରାଜ୍ୟରେ ଚାଲିଛି ଅନେକ NH ଓ NHAIର ନବ ନିର୍ମାଣ ଓ ଉନ୍ନତିକରଣ କାର୍ଯ୍ୟ । ଆଉ ଏହି କାର୍ଯ୍ୟର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଭୁବନେଶ୍ବରରେ ଏନଏଚ ଏବଂ ଏନଏଚଏଆଇର ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି ଧର୍ମେନ୍ଦ୍ର ।

NH ଓ NHAI କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ରାଜ୍ୟରେ କ୍ରିୟାନ୍ବୟନ ହେଉଛି ଜାତୀୟ ରାଜପଥ ପ୍ରକଳ୍ପ । ଏହି ପ୍ରକଳ୍ପରେ ରହିଥିବା ଭାରତମାଳା ଯୋଜନାରେ କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପ, ଭୁବନେଶ୍ବର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦ୍ବୀପଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କରିଡ଼ର ରହିଛି । ଏହା ସହ ରାଜ୍ୟରେ ନିର୍ମାଣାଧୀନ ଅଛି ବିଭିନ୍ନ ରାଜପଥ ପ୍ରକଳ୍ପ । ଏହା ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ପୂର୍ବ ଭାରତର ଭିତ୍ତିଭୂମିର ବିକାଶ ହେବ । ପୂର୍ବ ଭାରତର ବିକାଶର କେନ୍ଦ୍ର ବିନ୍ଦୁରେ ଓଡ଼ିଶା ରହିବ । ଏହି ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ । ଏହି ସମୀକ୍ଷା ବୈଠକରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ବୈଠକରେ ଏନଏଚଏଆଇର ସିଜିଏମ ଆର.ପି ପଣ୍ଡା ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details