ଭୁବନେଶ୍ବର:ପିଏମ୍ କିଷାନରେ ଆଜି ୮ମ କିସ୍ତିରେ ଓଡ଼ିଶାର ୨୭,୮୩,୨୦୯ ଚାଷୀଙ୍କୁ ମୋଟ ୫୫୬.୬୪ କୋଟି ଯାଇଛି । ଏହା ସହ ସମଗ୍ର ଭାରତ ବର୍ଷର ସାଢେ ୯ କୋଟି ଚାଷୀଙ୍କୁ ୧୯ ହଜାର କୋଟି ଟଙ୍କା ବ୍ୟାଙ୍କ ଖାତାରେ ଯାଇଛି । ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରରେ କ୍ରମାଗତ ଭାବେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଉଛି । ଓଡ଼ିଶାର ଚାଷୀ ଭାଇମାନେ ପିଏମ୍ କିଷାନ ଯୋଜନା ଅନ୍ତର୍ଗତ ୮ଟି କିସ୍ତି ମାଧ୍ୟମରେ ୨ ହଜାର ଟଙ୍କା ଲେଖାଁଏ ହିସାବରେ ୩,୮୩୦.୮୫ କୋଟି ଟଙ୍କାର ସହାୟତା ରାଶି ପାଇ ଲାଭାନ୍ବିତ ହୋଇଛନ୍ତି । ପିଏମ କିଷାନ ଯୋଜନାରେ ଓଡ଼ିଶାର ୪୦,୫୦,୧୦୩ ଚାଷୀ ପଞ୍ଜିକୃତ ହୋଇଛନ୍ତି । ତନ୍ମମଧ୍ୟରୁ କେବଳ ସପ୍ତମ କିସ୍ତିରେ ୨୪,୭୦,୬୭୧ ଚାଷୀ ମୋଟ ୪୯୪.୧୩ କୋଟି ଟଙ୍କାର ସହାୟତା ରାଶି ପାଇଥିଲେ । ଏ ନେଇ ଗତ ମାର୍ଚ୍ଚ ମାସରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର । ଫଳରେ ଅଷ୍ଟମ କିସ୍ତିରେ ୨୭,୮୩,୨୦୯ ଚାଷୀ ଲାଭ ପାଇଛନ୍ତି । ଯାହା ସପ୍ତମ କିସ୍ତିରୁ ୩,୧୨,୫୩୮ ଅଧିକ ।
![in article image in article image](https://etvbharatimages.akamaized.net/etvbharat/prod-images/od-bbsr-02-pmkishan-7209787_14052021140357_1405f_1620981237_405.jpg)