ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରେ ଓଡିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏପ୍ରିଲ ୩ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ । ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ।
ଏସମ୍ପର୍କରେ ଉପ-ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଶ୍ବବିଦ୍ୟାଳୟକୁ ଅବଗତ କରାଯାଇଛି । କୋରୋନା ମହାମାରୀ ଯୋଗୁଁ ଗତ ବର୍ଷ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ହୋଇପାରିନଥିଲା ତେଣୁ ଲଗାତାର ଭାବେ 2ଟି ବ୍ୟାଚର ସମାବର୍ତ୍ତ ନ ଉତ୍ସବ କରିବାକୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଯୋଜନା ପ୍ରସ୍ତୁତ କରିଛନ୍ତି ।