ଭୁବନେଶ୍ବର: ଉପକୂଳରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ରହିଥିବାବେଳେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହିଛି । ତେବେ ଆସନ୍ତା ୨୮ ଓ ୨୯ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ମୟୁରଭଞ୍ଜ,କେନ୍ଦୁଝର,ବାଲେଶ୍ବର,ଭଦ୍ରକ,ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆସନ୍ତା 2 ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକୁ କାଳବୈଶାଖୀ ସତର୍କତା
ଆସନ୍ତା ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକୁ କାଳବୈଶାଖୀ ସତର୍କତା ଜାରିକଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ...
ଆସନ୍ତା ଦୁଇ ଦିନ ମଧ୍ୟରେ ଆଭ୍ୟନ୍ତରିଣ ଜିଲ୍ଲା ଗୁଡିକୁ କାଳବୈଶାଖୀ ସତର୍କତା
ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗ ଶୁଖିଲା ରହିବ । ଗତ ୨୪ ଘଣ୍ଟାରେ ଭୁବନେଶ୍ବର ,ବାରିପଦା ଓ ମାଲକାନଗିରି ଜିଲ୍ଲାରେ ତାପମାତ୍ରା ସର୍ବାଧିକ ୪୦.୦ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ସର୍ବନିମ୍ନ ୧୬.୫ ଡିଗ୍ରୀ ରେକର୍ଡ ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରୟ, ଇଟିଭି ଭାରତ