ଭୁବନେଶ୍ବର: ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି ।
ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲ୍ଲା ପାଇଁ ସତର୍କ ସୂଚନା - Thunderstorm, lightning in 7 districts
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର 7 ଟି ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି ।
ଡିଜାଇନ ଫଟୋ
ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର 7 ଟି ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । ଗଞ୍ଜାମ, ଗଜପତି, କୋରାପୁଟ , ରାୟଗଡ଼ା , ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଭୁବନେଶ୍ବରରୁ ଅଜିତ୍ ଦାଶ, ଇଟିଭି ଭାରତ