ଭୁବନେଶ୍ବର: ଆସନ୍ତା ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୫ ତାରିଖରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉତ୍ତର, ଉପକୂଳ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।
କିଛି ଜିଲ୍ଲାରେ ୬୦ରୁ ୮୦ ମିଲି ମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୨୪ ତାରିଖରେ ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜରେ ଘଡଘଡି ବିଜୁଳି ସହ ବର୍ଷା ହେବ । ୨୫ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । କାଳବୈଶାଖୀ ଜନିତ ବର୍ଷା ପାଇଁ ୯ଟି ଜିଲ୍ଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୬ ତାରିଖରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି ।