ଭୁବନେଶ୍ବର: ଘୁଞ୍ଚିଲା ଲଘୁଚାପ ସମୟ, ୨୧ ନୁହେଁ ୨୩ରେ ହେବ ଘନୀଭୂତ । ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବା ବେଳେ ସୋମବାର ପୁଣି ଏଥିରେ ପରିବର୍ତ୍ତନ ଘଟିଛି ।
ତାଜା ଆକଳନ ଅନୁଯାୟୀ ଉତ୍ତରପଶ୍ଚିମ ସଂଲଗ୍ନ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖ ଆଡକୁ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାସହ ବର୍ତ୍ତମାନ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି ।
ଘୁଞ୍ଚିଲା ଲଘୁଚାପ, ୨୧ ବଦଳରେ ୨୩ରେ ହେବ ଘନୀଭୂତ ସେପଟେ ବର୍ତ୍ତମାନ ଏକ ଟ୍ରଫ୍ ଲାଇନ ସହ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ମଙ୍ଗଳବାର ସକାଳ ୮ଟା ୩୦ ମଧ୍ୟରେ ୬ ଜିଲ୍ଲା କନ୍ଧମାଳ, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡି଼ ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେହିପରି ମଙ୍ଗଳାବର ଠାରୁ ଆସନ୍ତା ୨୪ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ତେବେ ସତର୍କ ସୂଚନା ଜିଲ୍ଲା ଗୁଡିକରେ ଆଲର୍ଟ ରହିବାକୁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ