ଓଡିଶା

odisha

By

Published : Aug 17, 2019, 11:07 PM IST

ETV Bharat / city

ଆସନ୍ତା 24ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ଆସନ୍ତା 24ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର


ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଏହି ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି ,କୋରାପୁଟ ଓ ରାୟଗଡା ସମେତ ଉପକୂଳ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର


ଅନ୍ୟପଟେ ଗତ 42 ଘଣ୍ଟା ମଧ୍ୟରେ ରାଜ୍ୟର କଟକ, କେନ୍ଦ୍ରାପଡା ଓ ନୟାଗଡରେ ରେକର୍ଡ ପରିମାଣର ବର୍ଷା ରେକର୍ଡ କରିଛି ପାଣିପାଗ ବିଭାଗ । ରାଜ୍ୟରେ ସ୍ବାଭାବିକ ଠାରୁ 4 ପ୍ରତିଶତ କମ ବର୍ଷା ହୋଇଥିବା ବେଳେ ବାଲେଶ୍ବରରେ 37 ପ୍ରତିଶତ କମ ଓ ଦେବଗଡ଼ରେ 33 ପ୍ରତିଶତ କମ ବର୍ଷା ହୋଇଛି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

ABOUT THE AUTHOR

...view details