ଓଡିଶା

odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଭିଜିବ ସାରା ଓଡିଶା

By

Published : Sep 24, 2019, 11:00 AM IST

Updated : Sep 24, 2019, 12:52 PM IST

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ ।

ଭିଜିବ ସାରା ଓଡିଶା

ଭୁବନେଶ୍ବର: ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ। ସେପଟେ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର , ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ସେହିଭଳି କଟକ, ବାଲେଶ୍ବର, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।


ଗତ ୨୪ ଘଣ୍ଟା ଭିତରେ ପୁରୀରେ ସର୍ବାଧିକ ୫୪.୬ମିମି , ଭୁବନେଶ୍ବରରେ ୩୮.୦୩ମିମି ବର୍ଷା ରେକର୍ଡ କରାଯାଇଛି । ସେପଟେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀ ମାନଙ୍କ ପାଇଁ କୌଣସି ବାରଣ ନାହିଁ ବୋଲି ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।


ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

Last Updated : Sep 24, 2019, 12:52 PM IST

ABOUT THE AUTHOR

...view details