ଖୋର୍ଦ୍ଧା: ବିଭିନ୍ନ ଜିଲ୍ଲାକୁ ପଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି । ବଙ୍ଗୋପସାଗରରେ ଲଘୁଚାପ ବର୍ତ୍ତମାନ ଡିପ ଡିପ୍ରେସନର ରୂପ ନେଉଛି। ଯାହା ଫଳରେ ଆଗାମୀ 24 ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ।
ଡିପ ଡିପ୍ରେସନ ରୂପ ନେଲା ଲଘୁଚାପ, 9 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ - ଅତିପ୍ରବଳ ବର୍ଷା
ବଙ୍ଗୋପସାଗରରେ ଡିପ ଡିପ୍ରେସନର ରୂପ ନେଉଛି ଲଘୁଚାପ । ଆଗାମୀ 24 ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଲା ପାଣିପାଗ ବିଭାଗ ।
ପ୍ରତିକାତ୍ମକ ଫଟୋ
ଅନ୍ୟପଟେ ଆଗାମୀ ଦୁଇ ଦିନ ଅଗଷ୍ଟ 8 ଓ 9 ତାରିଖରେ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ ଆଦି ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ସୂଚନା ଦିଆଯାଇଛି । ଅନ୍ୟପଟେ ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସମ୍ବଲପୁର ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ