ଓଡିଶା

odisha

ETV Bharat / city

ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩ ଦିନ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୩ରୁ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଆସନ୍ତା ୩ ଦିନ ପ୍ରବଳ ବର୍ଷିବ

By

Published : Oct 21, 2019, 10:15 PM IST

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୨୩ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଆସନ୍ତା ୩ ଦିନ ପ୍ରବଳ ବର୍ଷିବ


ଆସନ୍ତା ୨୩ ତାରିଖ ବୁଧବାର ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡା ଏବଂ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ । ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ କଟକ ଜିଲ୍ଲା ଗୁଡିକରେ ମଧ୍ୟ ପ୍ରବଳ ବର୍ଷା ହେବ ।


ସେହିଭଳି ୨୫ ତାରିଖ ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ବର, ନୟାଗଡ଼, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୋମବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡିକର ଜିଲ୍ଲାପାଳ, କୃଷି ବିଭାଗକୁ ଚିଠି ଜାରି କରାଯାଇଛି ।


ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details