ଓଡିଶା

odisha

ETV Bharat / city

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା - ଭୁବନେଶ୍ବର ଖବର

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ । ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ନିଙ୍ଗ ଜାରି। ଅଧିକ ପଢନ୍ତୁ...

weather report of odisha
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

By

Published : Feb 24, 2020, 5:34 PM IST

ଭୁବନେଶ୍ବର:ବଦଳିଲା ପାଗ, ଚାରିଆଡେ ଆକାଶ ମେଘାଛନ୍ନ । ବିଭିନ୍ନ ଜିଲ୍ଲାରେ ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଛତିଶଗଡ଼ରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ସହ ଯାଜପୁର, ଭଦ୍ରକ, ବାଲେଶ୍ବର,କଟକ,ଖୋର୍ଦ୍ଧା ,ନୟାଗଡ଼,ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ଘଡଘଡି ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ ଏବଂ ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ୨୬ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ,କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବ । ମୟୂରଭଞ୍ଜ, କେନ୍ଦୁଝରଗଡ଼, ଢେଙ୍କାନାଳ, ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲାରେ ଘଡଘଡି ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ସୁଦର୍ଶନ ମିଶ୍ର କହିଛନ୍ତି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details