ଓଡିଶା

odisha

ETV Bharat / city

ପୁଣି ଆସୁଛି ବର୍ଷା, 24 ଘଣ୍ଟାରେ ନବରଙ୍ଗପୁରରେ ସର୍ବାଧିକ ବର୍ଷିଛି

ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଫଳରେ ରାଜ୍ୟର ଉତ୍ତର ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

By

Published : Sep 10, 2019, 11:42 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ରାଜ୍ୟରେ ହେବ ମଧ୍ୟମ ଧରଣର ବର୍ଷା । ସୂଚନା ଦେଇଛନ୍ତି ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦେଶକ । ରାଜସ୍ଥାନର ବିକାନେର, ଉତ୍ତରପୂର୍ବ ମଧ୍ୟପ୍ରଦେଶ ଲଘୁଚାପ ଅଞ୍ଚଳ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଯାଇଛି । ଯାହାର ପ୍ରଭାବରେ ଉତ୍ତର ଓଡିଶା ସମେତ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଦେଇଛି ପାଣିପାଗ ବିଭାଗ ।

ଭିଡ଼ିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ସୁନ୍ଦରଗଡ,ଝାରସୁଗୁଡା, ଦେବଗଡ଼,ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଘଡଘଡି ସହ ବିଜୁଳି ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବା ନେଇ କିନ୍ତୁ କୌଣସି ବାରଣ ନାହିଁ । ଜୁନ ପହିଲାରୁ ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଛି । ବର୍ଷାର ପରିମାଣ ଅଧିକ ୪ ପ୍ରତିଶତ ରହିଛି । ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲ୍ଲାର କୋସାଗୁମୁଡ଼ା ଠାରେ ସର୍ବାଧିକ ୫୦ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରର ନିର୍ଦେଶକ ହବିବୁର ରେହମାନ ବିଶ୍ବାସ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details