ଓଡିଶା

odisha

ଲଘୁଚାପ ପ୍ରଭାବ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି ।

By

Published : Aug 24, 2019, 10:28 PM IST

Published : Aug 24, 2019, 10:28 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ କହିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଜିଲ୍ଲା ମାନଙ୍କ ମଧ୍ୟରେ ମୟୂରଭଞ୍ଜ, କଟକ, ଢେଙ୍କାନାଳ, କେନ୍ଦୁଝର, ଦେଓଗଡ଼, ଅନୁଗୁଳ ଓ ସୁନ୍ଦରଗଡ ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଝାରସୁଗୁଡା, କନ୍ଧମାଳ ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ରେ କେନ୍ଦୁଝରର ତେଲକୋଇରେ ସର୍ବାଧିକ ୯୮.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଆସନ୍ତା ୪୮ ଘଣ୍ଟା ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details