ଓଡିଶା

odisha

ETV Bharat / city

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ - ଦକ୍ଷିଣ ଏବଂ ଉତ୍ତର ଓଡ଼ିଶା

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Aug 31, 2019, 11:37 PM IST

ଭୁବନେଶ୍ବର: ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଉପରେ ଘୂର୍ଣ୍ଣିବଳୟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ଓଡିଶାର ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ରାୟଗଡା ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ହବିବୁର ରେହମାନ କହିଛନ୍ତି ।

ଲଘୁଚାପ ଯୋଗୁଁ ସେପ୍ଟେମ୍ବର 2ରୁ 3 ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡାର ମୁନିଗୁଡା ଠାରେ ସର୍ବାଧିକ 58 ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details