ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହୋଇଛି । ୧୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଲଘୁଚାପ ସମ୍ଭାବନା । ୧୨ ରୁ ୪ ଦିନ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା - heavy rainfall in 5 district
ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହୋଇଛି । ୧୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଲଘୁଚାପ ସମ୍ଭାବନା । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ଆସନ୍ତା ୨୪ ଘଣ୍ଟା, ଶନିବାର ୧୨ ସେପ୍ଟେମ୍ବର ମଧ୍ୟରେ ୫ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି ।
ପାରଳାଖେମୁଣ୍ଡି ଓ ମାଲକାନଗିରିରେ ସର୍ବାଧିକ ୩୫.୦ଡିଗ୍ରୀ ସେ.ରେକର୍ଡ କରାଯାଇଛି । ଜୁନ୍ ପହିଲାରୁ ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୧୦୪୨.୦ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ଠାରୁ ୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ୩ ଜିଲ୍ଲାରେ ସ୍ୱାଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ଦେବଗଡ଼, ଝାରସୁଗୁଡା ଓ ମାଲକାନଗିରି ଅଧିକ ବର୍ଷା ହୋଇଛି । ୨୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ପୁରୀ, ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରେ କମ୍ ବର୍ଷା ରେକର୍ଡ ହୋଇଛି । ସେପ୍ଟେମ୍ବରରେ କୋରାପୁଟ, ମାଲକାନଗିରି, ଗଜପତି ଓ ସୁବର୍ଣ୍ଣପୁରରେ ଅଧିକ ବର୍ଷା ହୋଇଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ