ଓଡିଶା

odisha

ETV Bharat / city

ମୌସୁମୀ ଦୁର୍ବଳ, କମିବ ବର୍ଷା - ମୌସୁମୀ ଦୁର୍ବଳ

ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ଆଖପାଖରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶକ । ଅଧିକ ପଢନ୍ତୁ..

weather-update-imd
weather-update-imd

By

Published : Jun 24, 2020, 10:03 PM IST

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ଆଖପାଖ ରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକରେ ଆକାଶ ଆଶିଂକ ମେଘାଚ୍ଛନ୍ନ ରହିବ। ଘଡଘଡି ସହ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

ମୌସୁମୀ ଦୁର୍ବଳ, କମିବ ବର୍ଷା
ଜୁନ ପହିଲାରୁ ୨୪ ଜୁନ ପର୍ଯ୍ୟନ୍ତ ୩୩ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୭ ଟି ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୦ ଟି ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୪ ଜିଲ୍ଲା ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ କେନ୍ଦ୍ରାପଡା ଜିଲ୍ଲାରେ କମ ବର୍ଷା ହୋଇଛି।ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ପ୍ରାୟ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ରେ ସର୍ବାଧିକ ୪୩.୨ ମିମି ବର୍ଷା ରେକର୍ଡ କରାଯାଇଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ରେ ୪୦.୦ ମିମି,ରାୟଗଡା ଜିଲ୍ଲାର ମୁନିଗୁଡା ରେ ୩୮.୦ ମିମି ବର୍ଷା ରେକର୍ଡ କରାଯାଇଛି।ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details