ଓଡିଶା

odisha

ETV Bharat / city

24 ଘଣ୍ଟାରେ ବର୍ଷା, 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ..

By

Published : Jun 30, 2020, 9:37 PM IST

ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଙ୍ଗ
ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଙ୍ଗ

ଭୁବନେଶ୍ବର: ମୌସୁମୀ ଟ୍ରଫ ଲାଇନ ବିକେନାର, ଶିକାର, ଶିବପୁରୀ, ସିଦ୍ଧି, ଡାଲଟାନଗଂଜ, ବରଧମାନ, କୈଲାସହାର ଏବଂ ଇମ୍ଫାଲ ମଧ୍ୟ ଦେଇ ଲମ୍ବିଛି ଏବଂ ଏହା ସମୁଦ୍ର ପତ୍ତନ ଠାରୁ ବାୟୁ ମଣ୍ଡଳରେ ୧.୫ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏକ ଘୁର୍ଣ୍ଣିବଳୟ ମଧ୍ୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ ଏବଂ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

24 ଘଣ୍ଟାରେ ବର୍ଷା, 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ
ଆସନ୍ତା କାଲି ଅର୍ଥାତ ୧ ଜୁଲାଇରେ ଦକ୍ଷିଣ ଓଡ଼ିଶାରେ କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି | ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ଗଜପତି, ଗଂଜାମ, ରାୟଗଡା, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ୨ ଜୁଲାଇ ରେ ଦକ୍ଷିଣ ଓଡ଼ିଶାରେ ଅନେକ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାରେ କିଛି କିଛି ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି । ତାହାଛଡା ବିଜୁଳି ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ନବରଙ୍ଗପୁର , କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ ଏବଂ ଗଂଜାମ ଜିଲ୍ଲା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି।ଗତ ୨୪ ଘଣ୍ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଠାରେ ସର୍ବାଧିକ ୧୧୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଗଞ୍ଜାମ ଜିଲ୍ଲା ମାଧବରିଡାରେ ୮୫.୨, ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ରେ ୬୯.୦ମିମି, ବୌଦ୍ଧ ଜିଲ୍ଲା ହରଭଙ୍ଗାରେ ୬୫.୦ ମିମି ବର୍ଷା ରେକର୍ଡ କରାଯାଇଛି । ଗତକାଲି ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ୧ ରୁ ଜୁନ ୩୦ ପର୍ଯ୍ୟନ୍ତ ୧୫ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ୨୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୨ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁର, ପୁରୀ, ଖୋର୍ଦ୍ଧା ଏବଂ କେନ୍ଦ୍ରାପଡା ୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଜୁନ ମାସରେ ୨୫୧.୦ ମିମି ବର୍ଷା ରେକର୍ଡ ହୋଇଛି।ଭୁବନେଶ୍ବରରୁ ସଞ୍ଜାବ ରାୟ, ଇଟିଭି ଭାରତ

ABOUT THE AUTHOR

...view details