ଭୁବନେଶ୍ବର: ରାଜ୍ୟର 8ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି । ଆସନ୍ତା ୨୪ ଘଣ୍ଟାରେ ବରଗଡ଼,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼,କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ୧୪ ତାରିଖରେ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଭଦ୍ରକ,ବାଲେଶ୍ୱର,ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଦେଓଗଡ଼ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।