ଓଡିଶା

odisha

ETV Bharat / city

ରାଜ୍ୟରେ କାଳବୈଶାଖୀ ଆଶଙ୍କା, ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି - weather update of odisha

ରାଜ୍ୟରେ କାଳବୈଶାଖୀ ଆଶଙ୍କା । ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Weather update
ରାଜ୍ୟରେ କାଳବୈଶାଖୀ ଆଶଙ୍କା, ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି

By

Published : Apr 8, 2020, 8:21 PM IST

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଆଶଙ୍କା । ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଉପକୂଳ ଓଡିଶା ସମେତ କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ରାଜ୍ୟରେ କାଳବୈଶାଖୀ ଆଶଙ୍କା, ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି

ଏହି ସମୟରେ 40 ରୁ 50 କିମି ବେଗରେ ପବନ ହେବ ବୋଲି ଆକଳନ କରାଯାଇଛି । ସେହିପରି 10 ତାରିଖରେ ଉପକୂଳ ଓଡିଶା ସମେତ ମୟୂରଭଞ୍ଜ, ରାୟଗଡା, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡବର୍ଷା ସହ 30 ରୁ 40 କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।

ଅନ୍ୟପଟେ 11ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ଝଡ ବର୍ଷା ହେବା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଗତ 24 ଘଣ୍ଟାରେ ବଲାଙ୍ଗୀର ଜିଲ୍ଲାର ବେଳପଡା ଠାରେ 33 ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ମାଲକାନଗିରି ଜିଲ୍ଲାରେ ସର୍ବାଧିକ ତାପମାତ୍ରା 40.1 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details