ଭୁବନେଶ୍ବର: ୧୫ରୁ ପାଗ ରହିବ ଶୁଖିଲା । କାରଣ ଲଘୁଚାପ ଦୁର୍ବଳ ହୋଇଛି । ସେପ୍ଟେମ୍ବର ୧୫ରୁ ୪-୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ରାଜସ୍ଥାନ ଠାରୁ ଏକ ଟ୍ରଫ ଲାଇନ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ବୁଧବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପ ଦୁର୍ବଳ, କମିଲା ବର୍ଷା - ଓଡିଶାରେ କମିଲା ବର୍ଷା
ଲଘୁଚାପ ଦୁର୍ବଳ ହୋଇଛି । ସେପ୍ଟେମ୍ବର ୧୫ରୁ ୪-୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁରେ ସର୍ବାଧିକ ୭୧.୮ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ୪୨.୬ ମିମି, ଗଞ୍ଜାମ ଆସ୍କାରେ ୩୫.୪ ମିମି, କନ୍ଧମାଳ ଜିଲ୍ଲା କୋଟଗଡରେ ୩୨.୦ ମିମି, ନର୍ଲାରେ ୨୬.୦ ମିମି ବର୍ଷା ରେକର୍ଡ କରାଯାଇଛି ।
ସେପଟେ ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୫.୯ ଡିଗ୍ରୀ ରେକର୍ଡ କରାଯାଇଛି । ଜୁନ ପହିଲାରୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୧୦୫୫.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ଠାରୁ ୧ ପ୍ରତିଶତ ଅଧିକ । ୩ ଜିଲ୍ଲା ମାଲକାନଗିରି, ଦେବଗଡ଼ ଓ ଝାରସୁଗୁଡା ଜିଲ୍ଲାରେ ସ୍ୱାଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ଖୋର୍ଦ୍ଧା, ଗଜପତି, ପୁରୀ, ବାଲେଶ୍ୱର ଓ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ରେକର୍ଡ ହୋଇଛି । ଅବଶିଷ୍ଟ ୨୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ସେପ୍ଟେମ୍ବର ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ୪୯ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ