ଭୁବନେଶ୍ବର: ରାଜ୍ୟର 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ପାଣିପାଗ ବିଭାଗ । ଆଗାମୀ 24 ଘଣ୍ଟା ଭିତରେ ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଓଡିଶାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ତେବେ ରାଜ୍ୟରେ ସର୍ବାଧିକ ବର୍ଷା କୋରାପୁଟ ଜିଲ୍ଲା ଲମତାପୁଟ ଠାରେ 68.2 ମିଲିମିଟର ରେକର୍ଡ କରାଯାଇଛି । ରବିବାର ସକାଳେ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପାଖାପାଖି 7.6 କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହି ଲଘୁଚାପ ଆଗାମୀ ଦୁଇଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି ।
ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଆସନ୍ତା 24 ଘଣ୍ଟା ମଧ୍ୟରେ ଏହା ଆହୁରି ଘନ୍ନିଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା 2 ଦିନ ମଧ୍ୟରେ ଓଡିଶା ପ୍ରାୟ ବିଭିନ୍ନ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗରୁ ସୂଚନା ମିଳିଛି ।
ଆସନ୍ତା 24 ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି, 5 ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ