ଓଡିଶା

odisha

ETV Bharat / city

ପୁଣି ଆସୁଛି ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି - ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି । ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି
୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

By

Published : Aug 31, 2020, 7:51 PM IST

ଭୁବନେଶ୍ବର: ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି । ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

ପୁଣି ଆସୁଛି ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି
ଆସନ୍ତା କାଲି ଠାରୁ ରାଜ୍ୟରେ ବର୍ଷା ଆଶଙ୍କା ରହିଛି । ଏବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଗୋଟିଏ ପଟେ ପ୍ରବଳ ବନ୍ୟା ପରେ ୨୦ ଟି ଜିଲ୍ଲାରେ ବନ୍ୟାର ତାଣ୍ଡବ ଲୀଳା ଲାଗିରହିଛି ଏବଂ ଆଉ ଗୋଟିଏ ପଟେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ସରକାରଙ୍କ ଚିନ୍ତା ଦୁଇ ଗୁଣିତ କରିବ ।
ପୁଣି ଆସୁଛି ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି
ଆସନ୍ତା 24 ଘଣ୍ଟା ମଧ୍ୟରେ ଅର୍ଥାତ ସେପ୍ଟେମ୍ବର 1 ତାରିଖ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ଏବଂ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଆସନ୍ତା 4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ସେପ୍ଟେମ୍ବର ପହିଲାରୁ ୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି ।ଦକ୍ଷିଣ ଆଭ୍ୟନ୍ତରୀଣ, ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଟରଭାରେ ସର୍ବାଧିକ ୭୧.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗୀରରେ ୩୧.୬ ମିମି, ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦରେ ୨୭.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ବାରିପଦାରେ ସର୍ବାଧିକ ୩୬.୪ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ପହିଲାରୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ୯୮୭.୧ମିମି ବର୍ଷା ହୋଇଛି ଯାହା ସ୍ୱାଭାବିକ ଠାରୁ ୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୮ ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ ହୋଇଛି । ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରେ କମ ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details