ଭୁବନେଶ୍ବର: ସାରା ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ଦୁର୍ବଳ ହୋଇଛି । ମୌସୁମୀ କମିବ ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିବ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡିଶା ଓ ଅନ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରୀ କରିଛି ପାଣିପାଗ ବିଭାଗ ।
ଝାଡଖଣ୍ଡ ଓ ଏହାର ଆଖପାଖରେ ସୃଷ୍ଟି ଘୁର୍ଣ୍ଣିବଳୟ ଦୁର୍ବଳ ହେଉଛି । ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଝାରଖଣ୍ଡରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉତ୍ତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଅର୍ଥାତ ୧୭ ତାରିଖ ଶୁକ୍ରବାର,ମଧ୍ୟରେ ନବରଙ୍ଗପୁର, କୋରାପୁଟ,କନ୍ଧମାଳ ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୮ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି ,ଗଞ୍ଜାମ ଓ ଅବଶିଷ୍ଟ ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଭୁବନେଶ୍ବର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି।