ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ 81 ବର୍ଷ ବୟସ ହୋଇଥିଲା । ସେ ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଥିଲେ । ତାଙ୍କ ମୃତ୍ୟୁ ଖବର ତାଙ୍କ ପୁଅ ସୁମନ ଜଣାଇଛନ୍ତି ।
ସେ ଷଷ୍ଠ ବିଧାନସଭାରେ ପ୍ରଥମଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । 1971- 1974, 1990- 1995 ଓ 2000- 2004 ତିନିଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । 1977-80ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକି ବଲ୍ଲଭ ପଟ୍ଟନାୟକଙ୍କୁ ଲୋକସଭା ନିର୍ବାଚନରେ ପରାସ୍ତ କରିଥିଲେ । ଓଡିଶା ବିଧାନସଭାରେ ସର୍ବକନିଷ୍ଠ କ୍ୟାବିନେଟ ମନ୍ତ୍ରୀ ଭାବରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଥିଲେ ।