ଓଡିଶା

odisha

ETV Bharat / city

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତାକାଲି (ଶୁକ୍ରବାର) ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

By

Published : Jul 22, 2021, 6:24 PM IST

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ପୁଣି ଓଡିଶା ମୁହାଁ ଆଉ ଏକ ଲଘୁଚାପ । ବୁଧବାର ଉତ୍ତର ପଶ୍ଚିମ ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି(ଗୁରୁବାର) ସକାଳେ ଲଘୁଚାପର ରୂପ ନେଇଛି । ତେବେ ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷାର ପରିମାଣ ସାମାନ୍ୟ ହ୍ରାସ ପାଇଲେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ । ତେବେ ଏହି ବର୍ଷା ଖରିଫ ଫସଲ ରୋଇବାରେ ସହାୟକ ହେବ । ଏହାସହ ପ୍ରବଳ ବର୍ଷା ଥିବା ଜିଲ୍ଲା ଗୁଡିକର ତଳିଆ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଓ ଟ୍ରାଫିକ ଜାମ୍ ହେବାର ସମ୍ଭାବନା ରହିଛି । ଆକଳନ ମୁତାବକ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୧୨ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଓ ସୋନପୁରରେ ପ୍ରବଳରୁ ଅତି ପ୍ରବଳ ଓ ୧୧ ଜିଲ୍ଲା ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ, ଗଞ୍ଜାମ, ଦେଓଗଡ, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, ଓ କୋରାପୁଟରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।

ସେହିପରି ଆସନ୍ତାକାଲି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆଜି ସଂନ୍ଧ୍ୟା ସୁଦ୍ଧା ଉପକୂଳ ଫେରି ଆସିବା ସହ ୨୨ରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଗର୍ଭକୁ ଯିବାକୁ ବାରଣ କରାଯାଇଛି । ଏହାସହ ଆସନ୍ତା ୨୭ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ ବଳୟ ଘନୀଭୂତ ହେବାର ସମ୍ଭାବନା ନେଇ ଆକଳନ କରିଛି କେନ୍ଦ୍ର । ତେବେ ଭୁବନେଶ୍ବର ଓ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ସନ୍ଧ୍ୟା ୮.୩୦ ଟାରୁ ୨୪ ତାରିଖ ୮.୩୦ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details