ଭୁବନେଶ୍ବର: ଗୁରୁବାର ଠାରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ଶୁକ୍ରବାର ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସଦୃଶ -ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହି ସୁଦୃଶ-ଲଘୁଚାପ କ୍ଷେତ୍ର ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ।
ଆଉ ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଏବଂ ତାସହିତ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
24 ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - Yellow Warning In 9 districts
ଆସନ୍ତାକାଲି (ଶନିବାର) ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ...
24 ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ସେହିପରି ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଏବଂ ପୁରୀ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ