ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏବଂ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଶକ୍ତିଶାଳୀ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ ଏବଂ ଏହି କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ।
ପ୍ରବଳ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏବଂ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ପ୍ରବଳ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
ସେହିପରି ୧୩ ଅକ୍ଟୋବର ବେଳକୁ ଉତ୍ତର ପଶ୍ଚିମ, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାର ପ୍ରଭାବରେ ୧୧ ଅକ୍ଟୋବରରୁ ୧୩ ଅକ୍ଟୋବର ମଧ୍ୟରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ।
ତେବେ ଆସନ୍ତା ୨୪ ଘଣ୍ଟା, ୭ ଅକ୍ଟୋବର ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ୧୧ ତାରିଖରୁ ବର୍ଷା ବୃଦ୍ଧି ପାଇବ ।